14ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
15ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
16ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
17ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
18ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।