ଆଦି ପୁସ୍ତକ 7

ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।

Genesis 7:17 (UKJV) And the flood was forty days upon the earth; and the waters increased, and bare up the ark, and it was lift up above the earth.

15ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

16ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।

17ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।

18ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।

19ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.