17ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
18ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
19ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
20ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
21ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,