ଆଦି ପୁସ୍ତକ 7

ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।

Genesis 7:22 (UKJV) All in whose nostrils was the breath of life, of all that was in the dry land, died.

20ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।

21ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,

22ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।

23ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

24ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.