ଆଦି ପୁସ୍ତକ 7

ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।

Genesis 7:5 (UKJV) And Noah did according unto all that the LORD commanded him.

3ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।

4ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”

5ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।

6ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।

7ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.