6ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
7ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
8ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
9ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
10ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।