ଆଦି ପୁସ୍ତକ 8

ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।

Genesis 8:12 (UKJV) And he stayed yet other seven days; and sent forth the dove; which returned not again unto him any more.

10ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;

11ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।

12ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।

13(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।

14ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.