12ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
13(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
14ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।
15ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,
16“ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।