ଆଦି ପୁସ୍ତକ 8

ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।

Genesis 8:2 (UKJV) The fountains also of the deep and the windows of heaven were stopped, and the rain from heaven was restrained;

1ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;

2ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।

3ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।

4ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.