ଆଦି ପୁସ୍ତକ 8

ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।

Genesis 8:20 (UKJV) And Noah built an altar unto the LORD; and took of every clean beast, and of every clean fowl, and offered burnt offerings on the altar.

18ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;

19ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।

20ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।

21ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।

22ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.