1ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
2ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
3ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
4ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।
5ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।