2ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
3ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
4ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।
5ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
6ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;