ଆଦି ପୁସ୍ତକ 8

ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।

Genesis 8:7 (UKJV) And he sent forth a raven, which went forth back and forth, until the waters were dried up from off the earth.

5ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।

6ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;

7ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।

8ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;

9ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.