1ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
2ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।