8ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
9“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
10ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;