ଆଦି ପୁସ୍ତକ 9

ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”

Genesis 9:11 (UKJV) And I will establish my covenant with you, neither shall all flesh be cut off any more by the waters of a flood; neither shall there any more be a flood to destroy the earth.

9“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,

10ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।

11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”

12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;

13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.