11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।