12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
16ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”