ଆଦି ପୁସ୍ତକ 9

ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।

Genesis 9:18 (UKJV) And the sons of Noah, that went out of the ark, were Shem, and Ham, and Japheth: and Ham is the father of Canaan.

16ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”

17ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”

18ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।

19ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।

20ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.