19ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
20ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
21ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
22ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
23ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।