ଆଦି ପୁସ୍ତକ 9

ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”

Genesis 9:25 (UKJV) And he said, Cursed be Canaan; a servant of servants shall he be unto his brethren.

23ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।

24ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।

25ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”

26ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।

27ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.