24ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
25ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
26ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
28ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।