ଆଦି ପୁସ୍ତକ 9

ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।

Genesis 9:3 (UKJV) Every moving thing that lives shall be food for you; even as the green herb have I given you all things.

1ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।

2ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।

3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।

4ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।

5ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.