ହବକ୍କୂକ 1

ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?

Habakkuk 1:14 (UKJV) And make men as the fishes of the sea, as the creeping things, that have no ruler over them?

12ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।

13ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?

14ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?

15ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।

16ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.