ହବକ୍କୂକ 1

ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

Habakkuk 1:3 (UKJV) Why do you show me iniquity, and cause me to behold grievance? for spoiling and violence are before me: and there are that raise up strife and contention.

1ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।

2ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।

3ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

4ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।

5ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.