ହବକ୍କୂକ 1

ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।

Habakkuk 1:4 (UKJV) Therefore the law is slacked, and judgment does never go forth: for the wicked does compass about the righteous; therefore wrong judgment proceeds.

2ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।

3ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

4ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।

5ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।

6କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.