3ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
4ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
5ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
6କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
7ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।