4ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
5ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
6କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
7ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
8ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।