ହବକ୍କୂକ 1

ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।

Habakkuk 1:9 (UKJV) They shall come all for violence: their faces shall sup up as the east wind, and they shall gather the captivity as the sand.

7ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।

8ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।

9ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।

10ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।

11ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.