8ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
9ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!
10ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
11କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।
12ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!