12ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!
13ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?
14କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
15ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
16ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।