14କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
15ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
16ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
17କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
18ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?