ହବକ୍କୂକ 2

ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।

Habakkuk 2:20 (UKJV) But the LORD is in his holy temple: let all the earth keep silence before him.

18ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?

19ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।

20ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.