ହବକ୍କୂକ 2

କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।

Habakkuk 2:3 (UKJV) For the vision is yet for an appointed time, but at the end it shall speak, and not lie: though it tarry, wait for it; because it will surely come, it will not tarry.

1ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।

2ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।

4ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।

5ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.