ହବକ୍କୂକ 2

ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।

Habakkuk 2:4 (UKJV) Behold, his soul which is lifted up is not upright in him: but the just shall live by his faith.

2ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।

4ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।

5ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”

6ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.