3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
4ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
5ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”
6ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”
7ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?