6ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”
7ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?
8ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
9ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!
10ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।