ହବକ୍କୂକ 3

ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।

Habakkuk 3:1 (UKJV) A prayer of Habakkuk the prophet upon Shigionoth.

1ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।

2ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।

3ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.