9ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
10ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
11ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।
12ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
13ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।