ହବକ୍କୂକ 3

ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।

Habakkuk 3:14 (UKJV) You did strike through with his staves the head of his villages: they came out as a whirlwind to scatter me: their rejoicing was as to devour the poor secretly.

12ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।

13ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।

14ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।

15ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।

16ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.