15ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
16ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
17କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
19ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।