3ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
4ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
5ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
6ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
7ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।