4ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
5ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
6ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
7ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
8ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?