9ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”