ହାଗୟ 1

ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

Haggai 1:14 (UKJV) And the LORD stirred up the spirit of Zerubbabel the son of Shealtiel, governor of Judah, and the spirit of Joshua the son of Josedech, the high priest, and the spirit of all the remnant of the people; and they came and did work in the house of the LORD of hosts, their God,

12ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।

13ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”

14ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

15ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.