2“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।