7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”