ହାଗୟ 2

ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”

Haggai 2:13 (UKJV) Then said Haggai, If one that is unclean by a dead body touch any of these, shall it be unclean? And the priests answered and said, It shall be unclean.

11ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,

12‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”

13ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”

14ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।

15ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.