15ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
16ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
17ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
18ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
19ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”