ହାଗୟ 2

ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Haggai 2:20 (UKJV) And again the word of the LORD came unto Haggai in the four and twentieth day of the month, saying,

18ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।

19ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”

20ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

21“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;

22ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.